୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଆଗାମୀ ତିନି ଦିନ ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷ କରି ପଶ୍ଚିମ ଓଡ଼ିଶା ଏବେ ତତଲା କଢ଼େଇରେ ସିଜୁଥିବା ବେଳେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଏହି ଧାରା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି କ୍ରମରେ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲା ଯଥା ଅନୁଗୁଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ମାଲକାନାଗିରି, ସମ୍ବଲପୁର, ଝାରସୁଗୁଡା, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ଏହି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ତିନି ଦିନ ପାଇଁ ଏହି ୱାର୍ଣ୍ଣିଂ ଜାରି କରାଯାଇଛି ।