ଦୁଇ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଦୁଇ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମୌସୁମୀବାୟୁ ଏହି ମୌସୁମୀ ବାୟୁକୁ ସକ୍ରିୟ କରିଥିବା ପାଣିାପଗ ବିଭାଗ ପକ୍ଷରୁ କୁହାଯାଇଛି ।

ଲଘୁଚାପ ଓ ପ୍ରାକ୍ ମୌସୁମୀ ଯୋଗୁ ଆସନ୍ତା ୫ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ବୋଲି ମଧ୍ୟ ସୂଚନା ଦିଆଯାଇଛି । ଏପରିକି ସ୍ଥାନେ ସ୍ଥାନେ ୩୦ରୁ ୪୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡିରେ ପ୍ରବଳ ବର୍ଷା ଓ କୋରାପୁଟ, ମାଲକାନାଗିରି ଏବଂ ରାୟଗଡ଼ା ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ସମଗ୍ର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅନୁଭୂତ ହେଉଥିବ ଗରମ ଓ ଗୁଳୁଗୁଳିର ତ୍ରାହି ମିଳିବ ବୋଲି ମଧ୍ୟ କୁହାଯାଇଛି ।

Spread the love

Leave a Reply

Your email address will not be published. Required fields are marked *