ସୁସ୍ଥ ହେଲେ ସୁନ୍ଦରଗଡ଼ ଆକ୍ରାନ୍ତ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ଅଂଚଳରୁ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଆଉଜଣେ କରୋନା ଆକ୍ରାନ୍ତ ଏବେ ବି ଚିକିତ୍ସିତ ହେଉଛନ୍ତି । ଏହି ସୁସ୍ଥ ବ୍ୟକ୍ତିଙ୍କୁ ଖୁବଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ କରାଯିବ । ତେବେ ଏହାକୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୧୯ଜଣ ବ୍ୟକ୍ତି ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏବେ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ୪୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
ଆକ୍ରାନ୍ତ ଦୁଇଜଣଙ୍କର ନିଜାମୁଦ୍ଦିନ୍ ଲିଙ୍କ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଥିଲା । ଚିହ୍ନଟ ବ୍ୟକ୍ତିଙ୍କୁ ରାଉରକେଲା ହାଇଟେକ କୋଭିଡ ହସ୍ପିଟାଲରେ ଚିକିତ୍ସିତ କରାଯାଉଥିବା ବେଳେ ସମଗ୍ର ବିଶ୍ରା ଅଂଚଳକୁ କଣ୍ଟେନମେଣ୍ଟ କରାଯାଇ ସେଠାରେ ସ୍କିନିଂ କରାଯାଇଥିଲା । ମାତ୍ର ଏହି ଦୁଇ ଆକ୍ରାନ୍ତଙ୍କ ପରେ ଅନ୍ୟ କୌଣସି ଆକ୍ରାନ୍ତ ଥିବା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ ।

Spread the love

Leave a Reply

Your email address will not be published. Required fields are marked *