ଭୁବନେଶ୍ୱର ତା.୬.୯.୨୦୧୮: ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ, ସୁଶାନ୍ତ ସିଂହଙ୍କୁ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଏବଂ ବରଗଡ଼ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ଦଳର ରାଜ୍ୟ ସଂପାଦକ ବିଜୟ ନାୟକ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି ।