ଅମୃତ ଯୋଜନା: ଓଡ଼ିଶାକୁ ମିଳିଛି ୮୮୫.୫୮ କୋଟି

ଭୁବନେଶ୍ୱର: ଅଟଳ ମିଶନ ‘ଅମୃତ’ ଯୋଜନାରେ କେନ୍ଦ୍ର ସରକାର ଓଡ଼ିଶାକୁ ୨୦୧୫-୨୦ ବର୍ଷରେ ୮୮୫.୫୮ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଏହି ଯୋଜନାରେ ଓଡ଼ିଶାକୁ ୧୯୧ଟି ପ୍ରକଳ୍ପ ମଞ୍ଜୁର କରାଯାଇଥିବା ବେଳେ ୧୫୨ଟି ପ୍ରକଳ୍ପ ସମାପ୍ତ ହୋଇଛି । ଅବଶିଷ୍ଟ ୩୯ ପ୍ରକଳ୍ପର କାମ ଜାରି ରହିଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ପୁରୀଙ୍କୁ ଟୁଇଟ୍ କରି ଧନ୍ୟବାଦ ଜଣାଇଛନ୍ତି ଶ୍ରୀ ପ୍ରଧାନ ।

ଅଟଳ ମିଶନ ‘ଅମୃତ’ ଯୋଜନା ମାଧ୍ୟମରେ ଓଡ଼ିଶାର ଭୁବନେଶ୍ୱର, ଭଦ୍ରକ, ବାଲେଶ୍ୱର, ବ୍ରହ୍ମପୁର, କଟକ, ପୁରୀ, ରାଉରକେଲା ଓ ସମ୍ବଲପୁର ଭଳି ସହର ଗୁଡିକୁ ସାମିଲ କରାଯାଇଛି । ପାନୀୟ ଜଳ ଯୋଗାଣ, ସ୍ୱରେଜ ଓ ପରିମଳ ପରିଚାଳନା, ବର୍ଜ୍ୟ ଜଳ ନିଷ୍କାସନ, ସବୁଜ ପରିବେଶ, ପାର୍କ ଓ ଅଣ-ମୋଟର୍ ଚାଳିତ ସହରାଞ୍ଚଳ ପରିବହନ ଭଳି ମୌଳିକ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ରାଜ୍ୟ ବାର୍ଷିକ କାର୍ଯ୍ୟ ଯୋଜନା(ସାପ୍‌) ଅଧୀନରେ ଓଡ଼ିଶା ପାଇଁ ୧୫୯୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ‘ଅମୃତ’ ଯୋଜନା ମାଧ୍ୟମରେ ଓଡ଼ିଶାକୁ ୨୦୧୫-୨୦ ମଧ୍ୟରେ ୮୮୫.୫୮ କୋଟି ପ୍ରଦାନ କରିଛନ୍ତି । ସେଥିରୁ ଓଡ଼ିଶାକୁ ୧୯୧ଟି ପ୍ରକଳ୍ପ ମଞ୍ଜୁର କରାଯାଇଥିବା ବେଳେ ସେଥିମଧ୍ୟରୁ ୧୫୨ଟି ପ୍ରକଳ୍ପ ସମାପ୍ତ ହୋଇଛି । ଅବଶିଷ୍ଟ ୩୯ ପ୍ରକଳ୍ପର କାମ ଜାରି ରହିଛି ।

ଭୁବନେଶ୍ୱର ଓ ରାଉରକେଲାରେ ସ୍ମାର୍ଟ ସିଟି ମିଶନ ସହ ସ୍ୱୟଂଚାଳିତ ଜଳ ବିଶୋଧନ ପ୍ଲାଣ୍ଟ, ପାର୍କର ବିକାଶ, ଜରୁରୀକାଳୀନ ସୌରଚାଳିତ ପମ୍ପ ସ୍ଥାପନ ଭଳି ପ୍ରକଳ୍ପ ଲୋକଙ୍କ ଆକାଂକ୍ଷାକୁ ପୂରଣ କରୁଛି । ଏହା ଓଡ଼ିଶାରେ ସହରାଞ୍ଚଳ ବିକାଶ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଥିବା ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *