ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୮୮ ବ୍ୟାଚ୍ ଆଇଏଏସ୍ ପରାଗ ଗୁପ୍ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ (ଓଏଫଡିସି) ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି।
ସେହିପରି ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ୧୯୯୩ ବ୍ୟାଚ୍ ଆଇଏଏସ୍ ସୁରେନ୍ଦ୍ର କୁମାରଙ୍କୁ ଓଡ଼ିଶା ଖଣି ନିଗମର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଗୃହ ସଚିବ ସଞ୍ଜିବ ଚୋପ୍ରା ୨୦୧୬ ମାର୍ଚ୍ଚ ୨୨ରୁ ଓଏମସି ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ ।
ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ସଚିବ ତଥା ୧୯୯୪ ବ୍ୟାଚ୍ ଆଇଏଏସ୍ ଜି.ମାଥିଭାଥନନଙ୍କୁ କଟକ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ଅତରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସୁରେନ୍ଦ୍ର କ୍ରମାର କଟକ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଦାୟିତ୍ଵରେ ଥିଲେ । ଶ୍ରୀ ମାଥିଭାଥନନ୍ ୨୦୧୪ ଅଗଷ୍ଟ ମାସରୁ ନଗର ଉନ୍ନୟନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।
ସେହିିପରି ୨୦୧୦ ବ୍ୟାଚ୍ ଆଇଏଏସ୍ ମାନସୀ ନିମ୍ଭଲଙ୍କୁ ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡର ସଦସ୍ୟ ସଚିବ ଭାବେ ନିଯୁକ୍ତି ମିଳିଛି । ତାଙ୍କୁ ଅତିରିକ୍ତ ଭାବେ ଟିଡିସିସିଓଏଲ୍ ଦାୟିତ୍ଵ ନ୍ୟସ୍ତ ହୋଇଛି । ଯୋଜନା ଓ ସଂଯୋଜନ ବିଭାଗର ଉପସଚିବ ତଥା ୨୦୧୪ ବ୍ୟାଚ୍ ଆଇଏଏସ୍ ୟେଦୁଲ୍ଲା ବିଜୟଙ୍କୁ ଓରେଡ଼ା କାର୍ଯ୍ୟ ନିର୍ବାହୀ ମୁଖ୍ୟ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।